ଦାନଗଦି ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

 ଦାନଗଦି ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 
 ଯାଜପୁର ;୨୨/୦୭(ବ୍ରାହ୍ମ ମୁହୂର୍ତ୍ତ ): ସୋମବାର ପୂର୍ବାହ୍ନରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ନିଖିଲ ପବନ କଲ୍ୟାଣ  ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନିତ୍ ଅଗ୍ରୱାଲ, ଯାଜପୁରଙ୍କ ଦାନଗଦି ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଯାଇଅଛି। ଉକ୍ତ ଶିବିରରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ନିଖିଲ ପବନ କଲ୍ୟାଣ ଯୋଗଦେଇ କହିଲେ ଯେ  ରାଜ୍ୟ ସରକାରଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟା ଏକ ସୁଦୂର ପ୍ରସାରି କାର୍ଯ୍ୟକ୍ରମ ଯେଉଁଥିରେ ଜନସାଧାରଣ ବହୁଳ ମାତ୍ରାରେ ସରକାରଙ୍କର ବିଭିନ୍ନ ଯୋଜନାର ସଫଳ ଫାଇଦା ପାଇ ପାରୁଛନ୍ତି । ପ୍ରଶାସନ ଲୋକ ମାନଙ୍କ ନିକଟତର ହୋଇ ସେମାନଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର  ଜନଶୁଣାଣୀ ଶିବିର ମାଧ୍ୟମରେ ସମାଧାନ କରି ସେମାନଙ୍କୁ ତ୍ୱରିତ ସେବା ଯୋଗାଇଦେବା ମୂଳ ଲକ୍ଷ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ କରିବାସହ ବିଭାଗୀୟ ଅଧିକାରୀ ମାନଙ୍କୁ ପଠାଯାଉଥିବା ଦରଖାସ୍ତ ଗୁଡ଼ିକୁ ସଂପୃକ୍ତ ଅଧିକାରୀ ମାନେ ବିଳମ୍ବ ନକରି ଆପତ୍ତି ଅଭିଯୋଗ ଗୁଡ଼ିକର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବାସହ କୌଣସି ଅଧିକାରୀଙ୍କ ନିକଟରେ ଯେଭଳି ଗୋଟିଏ  ଅଭିଯୋଗ ସମାଧାନ ରେ ବିଳମ୍ବ ନହୁଏ ସେଥିପ୍ରତି ଯତ୍ନବାନ ହେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗ ନଗର ଶ୍ରୀ ଲଙ୍କେଶ୍ଵର ଅମାତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଯାଜପୁର ଶ୍ରୀ ଅଶୋକ କୁମାର ବେହୂରିଆ,ଉପ ଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥୀ ,ବି ଡି ଓ,ଦାନଗଦି ଶ୍ରୀ ସାରଦା ପ୍ରସନ୍ନ ପଣ୍ଡା, ତହସିଲଦାର ଦାନଗଦି ଶ୍ରୀ ଅଶୋକ କୁମାର ତ୍ରୀପାଠୀ,ସହକାରୀ ଜିଲ୍ଲାପାଳ,ସାଧାରଣ ଓ ବିବିଧ ଶ୍ରୀ ଅଶୋକ କୁମାର ବେହେରା ମଞ୍ଚାସୀନ ଥିଲେ। ଆଜିର ଅଭିଯୋଗ ପ୍ରକୋଷ୍ଠରେ ମୋଟ ୭୫ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ୩୬ ଗୋଟି ଅଭିଯୋଗ,ସମୂହ ୬ ଗୋଟି ଅଭିଯୋଗ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ଜନିତ ୧୯ ଗୋଟି  ଅଭିଯୋଗ, ରେଡକ୍ରସ ପାଣ୍ଠିରୁ ସାହାଯ୍ୟ ନିମନ୍ତେ ୧୪ ଗୋଟି ଅଭିଯୋଗ ଆସିଥିଲା । ୩୫ ଗୋଟି ବିଭିନ୍ନ ଅଭିଯୋଗର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଜନଶୁଣାଣୀ ଶିବିରରେ ତତ୍କାଳୀନ ସମାଧାନ କରିଥିଲେ। ୭ ଜଣ ଅଭିଯୋଗ କାରୀ ଆଜି ଅଭିଯୋଗ ପ୍ରକୋଷ୍ଠରେ ଅନୁପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶିବାଶିଷ ମହାରଣା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସବିତା ଚ୍ୟାଉ ପଟ୍ଟନାୟକ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଡେପୁଟୀ ପରିବେଶ ଯନ୍ତ୍ରୀ ମହେଶ୍ୱର ବେହେରା, ଅଧିକ୍ଷଣ ଯନ୍ତ୍ରୀ, ଜଳନିଷ୍କାସନ ଖଣ୍ଡ ଦିଲ୍ଲୀପ ନନ୍ଦନ ମହାପାତ୍ର, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଅରୁଣ କୁମାର ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ କୁମାର ବେହୁରା, ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ବେହେରା, ଅବକାରୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର ଜେନା,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ କରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟର ଯନ୍ତ୍ରୀ ମାନେ ଯୋଗଦେଇ ଅଭିଯୋଗ ଶୁଣାଣି ପ୍ରକ୍ରିୟାରେ ସହଯୋଗ ପ୍ରଦାନ କରିଥିଲେ।

Comments

Popular posts from this blog

କାହିଁକି ମାଝୀ

ଝରିଗାଁ ବ୍ଲକରେ ଫେଲ ମାରିଛି ଆବାସ ଯୋଜନା।

ଚ଼ଣ୍ଡିଆପଲ୍ଲୀ ରେ ଜଗଦ୍ଧାତ୍ରୀ ପୂଜା ଅନୁଷ୍ଠିତ