ବୌଦ୍ଧ ଜିଲ୍ଲା ସୂଚନା –ଶିକ୍ଷା-ସଂଚାର କାର୍ଯ୍ୟକ୍ରମ ଓ ବିକାଶ ମେଳା-୨୦୨୪
ବୌଦ୍ଧ ଜିଲ୍ଲା ସୂଚନା –ଶିକ୍ଷା-ସଂଚାର କାର୍ଯ୍ୟକ୍ରମ ଓ ବିକାଶ ମେଳା-୨୦୨୪
ବୌଦ୍ଧ(ବ୍ରାହ୍ମ ମୁହୂର୍ତ୍ତ):- ରାଜ୍ୟ ସରକାରଙ୍କ ୧୦୦ ଦିନର ପୂର୍ତୀ ଉପଲକ୍ଷେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ୨୦୩୬ ସୁଦ୍ଧା ହେବ ବିକଶିତ ଓଡିଶାର ଅଭ୍ୟୁଦୟ ସୂଚନା-ଶିକ୍ଷା-ସଂଚାର କାର୍ଯ୍ୟକ୍ରମ ଓ ବିକାଶ ମେଳା ରାଜ୍ୟ ସରକାରଙ୍କ ଫଳପ୍ରସୂ ପଦକ୍ଷେପ ଏବଂ ପ୍ରଣୀତ ଯୋଜନା ସମ୍ପର୍କରେ ଜନସଚେତନତା ସୃଷ୍ଟି ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ଅନୁକୁଳ୍ୟରେ ସେପ୍ଟେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ କଚେରୀ ପଡିଆ, ବୌଦ୍ଧ ଠାରେ ଅନୁଷ୍ଠିତ ହେବ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ)ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ଏବଂ ସୁକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ ତା.୨୧.୦୯.୨୦୨୪ ରିଖ ଦିବା ୧୧ ଘଟିକା ସମୟରେ ଯୋଗଦାନ କରି ଏହି କାର୍ଯ୍ୟକ୍ରମର ଶୁଭ ଉଦ୍୍ଘାଟନ କରିବେ । ଓରମାସ୍ ତଥା ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ଷ୍ଟଲ୍, ସାଧାରଣ ସଭା ଓ ସନ୍ଧ୍ୟା ୭ ଘଟିକା ରୁ ୮ ଘଟିକା ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଜିଲ୍ଲା ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗଦାନ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାଦର ନିମନ୍ତ୍ରଣ । ଜିଲ୍ଲା ପ୍ରଶାସନ, ବୌଦ୍ଧ
Comments
Post a Comment