ଆଉ ଦେଖିବାକୁ ମିଳିବ ନାହିଁ ଆମ ଓଡ଼ିଶା ନବୀନ ଓଡିଶା ଫଳକ ସବୁ ବଦଳିବ - ମନ୍ତ୍ରୀ ପଞ୍ଚାୟତିରାଜ

ଭୁବନେଶ୍ବର(ବ୍ରାହ୍ମ ମୁହୂର୍ତ୍ତ)- : ଏଥର ବଦଳିବ ଆମ ଓଡ଼ିଶା ନବୀନ ଓଡିଶା ଫଳକ। ଗାଁ ଗାଁରେ ବିକଶିତ ଗାଁ ବିକଶିତ ଓଡିଶା ନାଁରେ ଚାଲିବ କାର୍ଯ୍ୟକ୍ରମ । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ମୋହନ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରଣାଳୟ। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ କହିବା ଅନୁଯାୟୀ ଏହି କାର୍ଯ୍ୟକ୍ରମରେ, ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ ଏବଂ ତା ସହିତ ପଞ୍ଚାୟତ ପ୍ରତିନିଧିଙ୍କୁ ଦିଆଯିବ କ୍ଷମତା । ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଆଉ ପଞ୍ଚାୟତର ବିକାଶ ହେବ ।  ଅନୁସୂଚିତ ଜନଜାତି ଅଞ୍ଚଳରେ ପେଶା ଆଇନ ଲାଗୁ ହେବ, ଅନ୍ୟ ସବୁ ଅଞ୍ଚଳରେ ଗ୍ରାମସଭା ଏବଂ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ । ଲୋକଙ୍କ ଆଭିମୁଖ୍ୟକୁ ନେଇ ଗାଇଡଲାଇନ ଆସୁଛି । ଆମ ଓଡ଼ିଶା ନବୀନ ଓଡ଼ିଶାରେ ପଞ୍ଚାୟତ ପ୍ରତିନିଧି ପ୍ରଥମ ଥର ଆନ୍ଦୋଳନକୁ ଓହ୍ଲାଇଥିଲେ,  କୋଭିଡ ସମୟରେ ପୂର୍ବ ସରକାର ସେମାନଙ୍କୁ ଜିଲ୍ଲାପାଳ ଆଖ୍ୟା ଦେଲେ, ହେଲେ ପରେ କ୍ଷମତା ହଟାଇ ଦେଲେ, କିନ୍ତୁ ବିଜେପି ସରକାର ଲୋକଙ୍କ ଅନୁସାରେ କାମ କରିବ । ପଞ୍ଚାୟତ ପ୍ରତିନିଧିମାନଙ୍କୁ ସଶକ୍ତ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ନାଏକ କହିଛନ୍ତି।

Comments

Popular posts from this blog

କାହିଁକି ମାଝୀ

ଝରିଗାଁ ବ୍ଲକରେ ଫେଲ ମାରିଛି ଆବାସ ଯୋଜନା।

ଚ଼ଣ୍ଡିଆପଲ୍ଲୀ ରେ ଜଗଦ୍ଧାତ୍ରୀ ପୂଜା ଅନୁଷ୍ଠିତ