ଝାରସୁଗୁଡ଼ା ଜିଲ୍ଲା ସ୍ତରୀୟ ଶିଶୁ ଦିବସ ଓ ଦୁକାନ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ

ଝାରସୁଗୁଡ଼ା  ଜିଲ୍ଲା ସ୍ତରୀୟ ଶିଶୁ ଦିବସ ଓ ଦୁକାନ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ
ଝାରସୁଗୁଡ଼ା ତା ୧୪/୧୧(ବ୍ରାହ୍ମ ମୁହୂର୍ତ୍ତ):- ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ଓ ସୃଜନଶୀଳତାକୁ ବିକଶିତ କରିବା ପାଇଁ ସେମାନଙ୍କୁ ପ୍ରୋତ୍ସାହନ ଜରୁରୀ ବୋଲି ଶିଶୁ ଦିବସ ଉପଲକ୍ଷେ  ଆୟୋଜିତ ଦୁକାନ ଯାତ୍ରା କାର୍ଯ୍ୟକ୍ରମ ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ମତ ଦେଇଛନ୍ତି। ସ୍ଥାନୀୟ ଏମ୍ ସି ଏଲ୍ କମ୍ୟୁନିଟି ହଲ ଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଜିଲ୍ଲାର ୬୫ଟି ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।ବିଦ୍ୟାଳୟ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉଦ୍ୟୋଗୀ ମନୋଭାବ ସୃଷ୍ଟି କରିବା ଓ ଶିକ୍ଷା ଗ୍ରହଣ ସହିତ ଅବସର ସମୟରେ କିଛି ନିଆରା କରିବାର ମନୋବୃତ୍ତିକୁ ପ୍ରୋତ୍ସାହନ ଦେବା କାର୍ଯ୍ୟକ୍ରମ ଆୟୋଜନର ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଉଲ୍ଲେଖ କରିଛନ୍ତି। ଏହି ଅବସରରେ ଆୟୋଜିତ ୬୫ଟି ଷ୍ଟଲରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ହସ୍ତକଳା,ଅଦରକାରୀ ବସ୍ତୁରୁ କଳାତ୍ମକ କୃତି, ସାଜସଜ୍ଜା ବସ୍ତୁ, କପଡ଼ାରୁ ପ୍ରସ୍ତୁତ ସମ୍ବଲପୁରୀ ଗହଣା,ଚାରାବୃକ୍ଷ ଓ ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ସ୍ମିତ ପି ପରମାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରବୀର କୁମାର ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡ଼ତିଆ,ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଶିକ୍ଷକ ଶିକ୍ଷୟତ୍ରୀ ତଥା ଛାତ୍ରଛାତ୍ରୀମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

Comments

Popular posts from this blog

କାହିଁକି ମାଝୀ

ଝରିଗାଁ ବ୍ଲକରେ ଫେଲ ମାରିଛି ଆବାସ ଯୋଜନା।

ଚ଼ଣ୍ଡିଆପଲ୍ଲୀ ରେ ଜଗଦ୍ଧାତ୍ରୀ ପୂଜା ଅନୁଷ୍ଠିତ